ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ସହ ଘଡଘଡି, ୨୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ମଧ୍ୟମରୁ ସ୍ୱଳ୍ପ ବର୍ଷା ସହିତ ଘଡଘଡିର ସମ୍ଭାବନା ରହିଥିବାରୁ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବର୍ଷା ସହିତ ଘଡଘଡି ହେବାର ଆଶଙ୍କା କରାଯାଇଛି। ଆଜି କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି ବାଲେଶ୍ୱର ,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।