କାଳବୈଶାଖୀ ନେଇ ୮ଟି ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି

ଭୁବନେଶ୍ବର,ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ମଧ୍ୟମ ଧରଣର ବର୍ଷା ସହ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଥିବାରୁ ଆଗାମୀ ୩ ଘଣ୍ଟା ପାଇଁ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କ କରାଯାଇଛି। ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ଆଶଙ୍କା ରହିଛି।

ସେହିପରି ହାଲୁକା କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆଗାମୀ ୩ ଘଣ୍ଟା ଯାଏ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବାରୁ ସତର୍କ ରହିବାକୁ କୁହାଯାଇଛି।