Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
୧୯ରେ ଆଉ ଏକ ଲଘୁଚାପ: ଆଜି ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

୧୯ରେ ଆଉ ଏକ ଲଘୁଚାପ: ଆଜି ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି।

ପୂର୍ବ ମଧ୍ୟପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳ ପର୍ଯ୍ୟନ୍ତ ରହିଛି। ଏହାଦ୍ୱାରା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମଙ୍ଗଳବାର ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏହାବାଦ୍‌ କୋରାପୁଟ ଓ ରାୟଗଡ଼ାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ ହୋଇଛି। ତେଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୮ ତାରିଖରୁ ବର୍ଷାର ପରିମାଣ ବଢ଼ିବ।
ତେବେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।