ରାଜ୍ୟର ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଓ ଘଡ଼ଘଡ଼ି ଲାଗି ରହିବ। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟର ୧୬ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏଥିସହ ୩୦-୪୦ କିଲୋମିଟର ବେଗରେ ପବନ ବହିବ। ତେବେ ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ମାଲକାନଗିରି, କୋରାପୁଟ, ଗଜପତି, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ ଯାଜପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୨ ତାରିଖ ପାଇଁ ୧୨ ଜିଲ୍ଲା, ୧୩ ତାରିଖ ପାଇଁ ୬ ଜିଲ୍ଲା, ୧୪ ତାରିଖ ପାଇଁ ୫ ଜିଲ୍ଲା ଓ ୧୫ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିସନର ଜିଲ୍ଲାପାଳ ମାନଙ୍କ ନିକଟକୁ ଚିଠି ଲେଖି ସତର୍କ କରାଇଛନ୍ତି।