ଟ୍ରକ୍ ପଛରେ ପିଟି ହୋଇ ସାନ ଭଉଣୀର ମୃତ୍ୟୁ, ବଡ଼ ଭଉଣୀ ଗୁରୁତର

ଯାଜପୁର,ଏନ୍ଏନ୍ଏସ୍: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ରଥିଆ ଛକ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ପୂର୍ବରୁ ଅଟକି ରହିଥିବା ଏକ ଟ୍ରକ୍ ପଛରେ ପିଟି ହୋଇ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେହିପରି ତାର ବଡ଼ ଭଉଣୀ ଗୁରୁତର ହୋଇଥିବା ଜଣାପଡ଼ିଛି।

ମୃତକ ଛାତ୍ରୀ ଜଣଙ୍କ ନେଉଳପୁର ଗାଁର ସନ୍ତୋଷ କୁମାର ବେହେରାଙ୍କ ମଝିଆଁ ଝିଅ ଶ୍ୱେତା(୧୫) ଏବଂ ଆହତ ବଡ଼ ଝିଅ ସଂଗୀତା(୧୮)। ଦୁର୍ଘଟଣା ପରେ ଉଭୟଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ଶ୍ୱେତାଙ୍କୁ ମୃତ ଘୋଷଣା କରିଛନ୍ତି। ଧର୍ମଶାଳା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।