ଭୁବନେଶ୍ବର,ଏନ୍ଏନ୍ଏସ୍: ଆଜି ଉତ୍କଳ ବିଶ୍ଵବିଦ୍ୟାଳୟର ୭୯ତମ ପ୍ରତିଷ୍ଠା ଦିବସ। ମୁଖ୍ୟ ଅତିଥି ଭାବେ ଯୋଗ ଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କିନ୍ତୁ ଶିକ୍ଷାମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଛାତ୍ର କଂଗ୍ରେସ ପକ୍ଷରୁ ଜୋରଦାର ବିରୋଧ ପ୍ରଦର୍ଶନ କରାଯାଇଛି। କଳାପତାକା ଦେଖାଇ ‘GO BACK’ର ନାରା ଦେଲା ଛାତ୍ର କଂଗ୍ରେସ। ବିଶ୍ବବିଦ୍ୟାଳୟ ପରିସରରେ ପ୍ରତିବାଦର ନାରା ଦେଇ ବିରୋଧ କରିବା ସମୟରେ ପୋଲିସ ସେମାନଙ୍କୁ ଉଠାଇ ନେଇଥିବା ଦେଖିବାକୁ ମିଳିଛି।